-
ରାଜ୍ୟରେ ବିସ୍ତୃତି ବର୍ଷା ସହ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ଵର, ଦକ୍ଷିଣ ଓଡିଶା ଏବଂ ପାର୍ଶ୍ଵବର୍ତୀ ଅଂଚଳରେ ସୁଦୃଶ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଗୋପାଳପୁର ଠାରୁ ଉତର-ପଶ୍ଚିମ ଦିଗରେ ୨୫ କି.ମି. ଦୂରରେ ଏହା କେନ୍ଦ୍ରୀଭୂତ ରହିଛି । ଏହା ଆଗାମୀ ୨୪ ଘଂଟା ମଧ୍ୟରେ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଦକ୍ଷିଣ ଓଡିଶା ତଥା ଦକ୍ଷିଣ ଛତିଶଗଡ ଦେଇ ଗତି କରିବା ସହ ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ଵବର୍ତୀ ଜିଲ୍ଲା ଗୁଡିକରେ ବର୍ଷା ଲାଗିରହିଛି । ରାଜଧାନୀ ଭୁବନେଶ୍ଵରରେ ମଧ୍ୟ ଅବପାତ ପ୍ରଭାବରେ ଲାଗିରହିଛି ତୁହାକୁ ତୁହା ବର୍ଷା । ଆଜି ମଧ୍ୟ ରାଜ୍ୟରେ ବିସ୍ତୃତି ବର୍ଷା ସହ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଓଡିଶା ଉପକୂଳରେ ସମୁଦ୍ର ଅଶାନ୍ତ ଥିବାରୁ ୧୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
ଅନ୍ୟପକ୍ଷରେ ଅବପାତ ପ୍ରଭାବକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ସମସ୍ତ ସାମୁଦ୍ରିକ-ବନ୍ଦର ଗୋପାଳପୁର, ପାରାଦୀପ, ପୁରୀ, ଏବଂ ଚାନ୍ଦବାଲି/ଧାମରା ବନ୍ଦର ପାଇଁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି ।