ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୫,୨୨୧ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ୫,୯୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୫ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୨.୮୨ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସୋମବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୨୫ ହଜାର ୨୩୯ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭,୧୭୬ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୧୬୫ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧,୮୪,୯୬୫ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧,୮୪,୯୬୫ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୯୫,୯୩,୩୯୧ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।