ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୪,୩୬୯ ନୂଆ କରୋନା ମାମଲା ସାମନାକୁ ଆସିଛି । ୨୦ ଜଣଙ୍କ ମୃତ୍ୟୁ ଘଟିଛି । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ମଙ୍ଗଳବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୩୦ ହଜାର ୪୧୭ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୬,୩୪୭ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୧୮୫ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୫୦,୪୬୮ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ,ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୫୦,୪୬୮ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୯୯,୪୩,୮୫୯ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।