ଭୁୁବନେଶ୍ୱର, ଆସନ୍ତା୧୮ ତାରିଖ ବେଳକୁ ଉତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତୀ ସମୁଦ୍ର ମଧ୍ୟରେ ଉତର ଓଡିଶା- ପଶ୍ଚିମବଙ୍ଗ ଉପକୂଳ ଅଂଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣରେ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷରେ ମୌସୁମୀ ନିମ୍ନ-ଚାପ ରେଖା ବୁଧବାର ନିଜର ସାଧାରଣ ଅବସ୍ଥାନ ଠାରୁ ସାମାନ୍ୟ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଜସେଲମେରରୁ ବାହାରି କୋଟା, ଉତର-ପଶ୍ଚିମ ମଧ୍ୟପ୍ରଦେଶ ଅଂଚଳରେ ସୁଦୃଶଃ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ସତନା, ଚୁର୍କ, ରାଂଚି ଏବଂ ଦିଘା ଠାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ଉତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ମୟୂରଭଂଜ , ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭରାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର,ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଆଦିି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଂଚଳିକ କେନ୍ଦ୍ର ।