
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଜଗତସିଂହପୁର ଜିଲ୍ଲା ନୂଆଗାଁରେ ସର୍ବାଧିକ ୭୭.୦ ମି.ମି. ବର୍ଷା ରେକର୍ଡ଼ କରାଯାଇଛି । ସେହିପରି ଜଗତସିଂହପୁର ଜିଲ୍ଲା ବାଲିକୁଦାରେ ୭୬.୦ ମି.ମି., ପୁରୀ ଜିଲ୍ଲାର କାକଟପୁରରେ ୫୬.୦, ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୩୯.୦, କେନ୍ଦ୍ରାପଡ଼ାର ମହାକାଳପଡ଼ାରେ ୩୭.୦, ପୁରୀ ଜିଲ୍ଲାର ପୁରୀରେ ୩୬.୪, ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୩୧.୬, ରାୟଗଡ଼ା ଜିଲ୍ଲାର ଚନ୍ଦ୍ରପୁରରେ ୨୨.୦, ଜଗତସିଂହପୁର ଜିଲ୍ଲାର ବିରିଡ଼ିରେ ୨୧.୦, କଟକ ଜିଲ୍ଲାର କଂଟାପଡାରେ ୨୧.୦, ପୁରୀ ଜିଲ୍ଲାର ଅସ୍ତରଙ୍ଗରେ ୨୦.୦ ଏବଂ ପୁରୀ ଜିଲ୍ଲାର ଗୋପରେ ୧୯.୨ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୪.୦ ଡ଼ିଗ୍ରୀ ସେଲସିୟସ୍ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ନୟାଗଡ଼ରେ ୨୧.୦ ଡ଼ିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି । ଆଂଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ଵର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।