-
ସୁସ୍ଥ ହେଲେ ୫,୬୭୫,ସକ୍ରିୟ ମାମଲା ୪୫,୭୪୯
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୫,୧୦୮ ନୂଆ କରୋନା ମାମଲା ସାମନାକୁ ଆସିଛି । ୫,୬୭୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୩୧ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୧.୪୪ ପ୍ରତିଶତ । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ବୁଧବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୩୬ ହଜାର ୯୨ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୫,୭୪୯ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୨୧୬ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୫୫,୨୩୧ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୫୫,୨୩୧ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯,୦୨,୯୯,୦୯୦ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।