-
ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦରେ ସର୍ବାଧିକ ୩୭.୦ ମି.ମି.
ଭୁବନେଶ୍ଵର,ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦରେ ସର୍ବାଧିକ ୩୭.୦ ମି.ମି. ବର୍ଷା ରେକର୍ଡ଼ କରାଯାଇଛି । ସେହିପରି ଅନୁଗୁଳ ଜିଲ୍ଲାର ତାଳଚେରରେ ୧୭.୦, ରାୟଗଡ଼ା ଜିଲ୍ଲାର ଗୁଡ଼ାରିରେ ୧୫.୪, କଟକ ଜିଲ୍ଲା ନରସିଂହପୁରରେ ୧୪.୦, ଢ଼େଙ୍କାନାଳ ଜିଲ୍ଲା ଅଳତୁମାରେ ୧୩.୨, ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ୧୦.୩, ଢ଼େଙ୍କାନାଳ ଜିଲ୍ଲା ପର୍ଜଙ୍ଗରେ ୧୦.୦, ଅନୁଗୁଳ ଜିଲ୍ଲା ଟିକରପଡାରେ ୯.୨, ନୟାଗଡ଼ ଜିଲ୍ଲା ଗଣିଆରେ ୮.୦ ଏବଂ ନୟାଗଡ଼ ଜିଲ୍ଲା ନୂଆଗାଁରେ ୮.୦ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ତାଳଚେରରେ ୩୪.୮ ଡ଼ିଗ୍ରୀ ସେଲସିୟସ୍ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ବୌଦ୍ଧରେ ୨୨.୫ ଡ଼ିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି । ଆଂଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ଵର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।