ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୧୪,୬୯୨ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯,୦୬,୧୩,୭୮୨ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୬,୪୨୨ ନୂଆ ମାମଲା : ସୁସ୍ଥ ହେଲେ ୫,୭୪୮, ସକ୍ରିୟ ମାମଲା ୪୬,୩୮୯
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୬,୪୨୨ ନୂଆ କରୋନା ମାମଲା ସାମନାକୁ ଆସିଛି । ୫,୭୪୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୩୪ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୨.୦୪ ପ୍ରତିଶତ । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗୁରୁବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୪୧ ହଜାର ୮୪୦ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୬,୩୮୯ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୨୫୦ ରହିଛି ।