ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୩୩,୯୬୪ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯,୦୯,୪୭,୭୪୬ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୬,୨୯୮ ନୂଆ ମାମଲା : ସୁସ୍ଥ ହେଲେ ୫,୯୧୬, ସକ୍ରିୟ ମାମଲା ୪୬,୭୪୮
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୬,୨୯୮ ନୂଆ କରୋନା ମାମଲା ସାମନାକୁ ଆସିଛି । ୫,୯୧୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୨୩ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୧.୮୯ ପ୍ରତିଶତ । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଶୁକ୍ରବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୪୭ ହଜାର ୭୫୬ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୬,୭୪୮ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୨୭୩ ରହିଛି ।