ଭୁୁବନେଶ୍ୱର, ପୂର୍ବକେନ୍ଦ୍ରୀୟ ପାର୍ଶ୍ୱର୍ବୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଂଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ ଶନିବାର ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨୦ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ୱବର୍ତୀ ଉତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି । ଏଥିଯୋଗୁଁ ରାଜ୍ୟର ବିଭିନ୍ନ ଅଂଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଛି ଏବଂ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ , ନୟାଗଡ, ଗଂଜାମ, ଗଜପତି, ସମ୍ବଲପୁର, ଦେବଗଡ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଂଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ପୁରୀ, ଗଜପତି, ଗଂଜାମ, କଳାହାଣ୍ଡି, କନ୍ଧମାଳ, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଂଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନୟାଗଡ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।