ଭୁବନେଶ୍ଵର, ଘନୀଭୂତ ହେଉଛି ବଙ୍ଗୋପସାଗର ଅଂଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ । ଆଜି ଏହା ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତୀ ଉତର ପୂର୍ବ ବଙ୍ଗୋପସାଗର ଅଂଚଳରେ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ବ୍ୟାପିଛି । ଯାହାର ପ୍ରଭାବରେ ୨୦ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତୀ ଉତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୦ ଏବଂ ୨୧ ରେ ରାଜ୍ୟରେ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ୨୦ରେ ଗଭୀର ସମୁଦ୍ର ଏବଂ ୨୧-୨୨ ରେ ଓଡିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ପାଇଁ ମତ୍ସ୍ୟଜୀବୀଙ୍କୁ ୨୦ ରୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
ଅନ୍ୟପକ୍ଷରେ ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଲାଗିରହିଛି ବର୍ଷା । କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କଟକ ଜିଲ୍ଲାର କିଛି ଅଂଚଳରେ ବର୍ଷା ଲାଗିରହିଛି।