ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨,୮୯,୨୨୮ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯,୧୫,୭୭,୧୮୫ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୫,୬୬୪ ନୂଆ ମାମଲା :ସୁସ୍ଥ ହେଲେ ୪,୫୫୫, ସକ୍ରିୟ ମାମଲା ୪୭,୯୨୨
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୫,୬୬୪ ନୂଆ କରୋନା ମାମଲା ସାମନାକୁ ଆସିଛି । ୪,୫୫୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୩୫ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୧.୯୬ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ରବିବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୫୭ ହଜାର ୯୨୯ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭,୯୨୨ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୩୩୭ ରହିଛି ।