
ଭୁବନେଶ୍ୱର , ସାଂସଦ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଓ ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱର ପହଂଚିଛନ୍ତି । ଆଜି ପୂର୍ବାହ୍ନରେ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କଂଗ୍ରେସ ନେତୃମଣ୍ଡଳୀ ମାନଙ୍କ ବୈଠକରେ \”ଭାରତ ଯୋଡ ଯାତ୍ରା- ଓଡିଶା\” ସମ୍ପର୍କରେ ବିଚାର ବିମର୍ଶ କରିବେ । ଏହାପରେ ଦିନ ୧୨ଟା ସମୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଉଦବୋଧନ ଦେବେ । ଏଥି ସାଙ୍ଗକୁ ଗଣମାଧ୍ୟମ ବିଭାଗର ଏକ ସ୍ୱତନ୍ତ୍ର ବୈଠକରେ ଉଦବୋଧନ ଦେବାର କାର୍ଯ୍ୟକ୍ରମର ରହିଛି ବୋଲି ପିସିସି ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଗଣେଶ୍ୱର ବେହେରା ସୂଚନା ପ୍ରଦାନ କରିଛନ୍ତି ।