-
ଉପକୂଳ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ଵର, ଉତର-ପଶ୍ଚିମ ପାର୍ଶ୍ଵବର୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର ଏବଂ ଏହା ସହ ଜଡ଼ିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କି.ମି. ଯାଏଁ ବ୍ୟାପିଛି । ଏହା ଆଗାମୀ ୨୪ ଘଂଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି ।
ଯାହାର ପ୍ରଭାବରେ ରାଜ୍ୟରେ ଆଜିଠୁ ବଢିବ ବର୍ଷାର ବିସ୍ତୃତି ଏବଂ ପରିମାଣ । ୨୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୩ ଦିନ ଯାଏଁ ଅତିପ୍ରବଳ ବର୍ଷା ସକାଶେ ଉପକୂଳ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରିଛି ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।