ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ମାଲକାନଗିରି ଜିଲ୍ଲା ମାଥିଲିରେ ସର୍ବାଧିକ ୮୪.୦ ମି.ମି. ବର୍ଷା ରେକର୍ଡ଼ କରାଯାଇଛି । ସେହିପରି କୋରାପୁଟ ଜିଲ୍ଲାର ଲମତାପୁଟରେ ୮୨.୩ ମି.ମି., ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଂଟିରେ ୭୯.୦, ନବରଙ୍ଗପୁର ଜିଲ୍ଲା ରାଇଘରରେ ୭୬.୦, କୋରାପୁଟ ଜିଲ୍ଲାର କୋଟପାଡରେ ୭୪.୦, କଟକ ଜିଲ୍ଲାର ବାଙ୍କୀରେ ୭୨.୦, କେରାପୁଟ ଜିଲ୍ଲାର ଜୟପୁରରେ ୭୦.୦, ସମ୍ବଲପୁର ଜିଲ୍ଲାର ନାକ୍ଟିଦେଉଳରେ ୬୮.୦, କଳାହାଣ୍ଡି ଜିଲ୍ଲାର ମଦନପୁର-ରାମପୁରରେ ୬୮.୦, ଖୋର୍ଦ୍ଧା ସହରରେ ୬୭.୦, ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁରରେ ୬୭.୦, ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲରେ ୬୬.୦ ଏବଂ ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର ସହରରେ ୬୫.୦ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୫.୫ ଡ଼ିଗ୍ରୀ ସେଲସିୟସ୍ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ବୌଦ୍ଧରେ ୧୮.୦ ଡ଼ିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି । ଆଂଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ଵର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।