
ନୂଆଦିଲ୍ଲୀ,ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧,୭୫,୯୩୫ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯,୧୭,୫୩,୧୨୦ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୪,୮୫୮ ନୂଆ ମାମଲା :ସୁସ୍ଥ ହେଲେ ୪,୭୩୫, ସକ୍ରିୟ ମାମଲା ୪୮,୦୨୭
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୪,୮୫୮ ନୂଆ କରୋନା ମାମଲା ସାମନାକୁ ଆସିଛି । ୪,୭୩୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୮ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୨.୭୬ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସୋମବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୬୨ ହଜାର ୬୬୪ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୮,୦୨୭ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୩୫୫ ରହିଛି ।