
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପି ବିଧାୟକ ଦଳର ଉପ ନେତା ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।