-
ସୁସ୍ଥ ହେଲେ ୪,୬୭୬, ସକ୍ରିୟ ମାମଲା ୪୭,୩୭୯
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୪,୦୪୩ ନୂଆ କରୋନା ମାମଲା ସାମନାକୁ ଆସିଛି । ୪,୬୭୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୫ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୧.୩୭ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ମଙ୍ଗଳବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୬୭ ହଜାର ୩୪୦ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭,୩୭୯ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୩୭୦ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨,୯୫,୮୯୪ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨,୯୫,୮୯୪ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯,୨୦,୪୯,୦୧୪ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।