
ଭୁବନେଶ୍ଵର, ଗତ ୨୪ ଘଂଟାରେ ଗଞ୍ଜାମ ଜିଲ୍ଲା ଧରାକୋଟରେ ସର୍ବାଧିକ ୭୪.୦ ମି.ମି. ବର୍ଷା ରେକର୍ଡ କରାଯାଇଛି । ସେହିପରି କନ୍ଧମାଳ ଜିଲ୍ଲାର କଳିଙ୍ଗାରେ ୬୫.୦ ମି.ମି., ସମ୍ବଲପୁର ଜିଲ୍ଲାର ନାକ୍ଟିଦେଉଳରେ ୫୬.୦, କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ୪୮.୬, ଝାରସୁଗୁଡ଼ା ଜିଲ୍ଲାର ଝାରସୁଗୁଡ଼ାରେ ୪୪.୬, ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ୪୪.୦, କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ୪୩.୮, ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୩୯.୧, ମୟୂରଭଞ୍ଜ ଜିଲ୍ଲାର ଶାମାଖୁଂଟା ୩୭.୦, ଜଗତସିଂହପୁର ଜିଲ୍ଲାର ଜଗତସିଂହପୁରରେ ୩୬.୭, ସୁନ୍ଦରଗଡ଼ ଜିଲ୍ଲାର ସୁନ୍ଦରଗଡ଼ରେ ୩୬.୨, ଗଜପତି ଜିଲ୍ଲାର ଆର. ଉଦୟଗିରିରେ ୩୬.୦, ସୁନ୍ଦରଗଡ଼ ଜିଲ୍ଲାର ଟାଙ୍ଗରପାଲିରେ ୩୫.୪ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ଚାନ୍ଦବାଲିରେ ୩୩.୮ ଡ଼ିଗ୍ରୀ ସେଲସିୟସ୍ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ବୌଦ୍ଧରେ ୧୮.୦ ଡ଼ିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି । ଆଂଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ଵର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।