
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୨୦,୧୮୭ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯,୩୦,୪୮,୨୫୭ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୫,୩୮୩ ନୂଆ ମାମଲା, ସକ୍ରିୟ ମାମଲା ୪୫,୨୮୧
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୫,୩୮୩ ନୂଆ କରୋନା ମାମଲା ସାମନାକୁ ଆସିଛି । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଶୁକ୍ରବାର ସକାଳ ସୁଦ୍ଧା ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୫,୨୮୧ ରହିଛି ।