-
ସୁସ୍ଥ ହେଲେ ୫,୭୧୯, ସକ୍ରିୟ ମାମଲା ୪୪,୪୩୬
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୪,୯୧୨ ନୂଆ କରୋନା ମାମଲା ସାମନାକୁ ଆସିଛି । ୫,୭୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣର ହାର ରହିଛି ୧.୬୨ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଶନିବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୯୦ ହଜାର ୪୧୪ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୪,୪୩୬ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୪୮୭ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୦୩,୮୮୮ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୦୩,୮୮୮ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯,୩୩,୫୨,୧୪୫ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।