
-
ସୁସ୍ଥ ହେଲେ ୫,୧୯୬, ସକ୍ରିୟ ମାମଲା ୪୩,୯୯୪
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୪,୭୭୭ ନୂଆ କରୋନା ମାମଲା ସାମନାକୁ ଆସିଛି । ୫,୧୯୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୨୩ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୧.୫୮ ପ୍ରତିଶତ । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ରବିବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୯୫ ହଜାର ୬୧୦ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୩,୯୯୪ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୫୧୦ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୦୨,୨୮୩ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୦୨,୨୮୩ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯,୩୬,୫୪,୪୨୮ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।