
ଭୁବନେଶ୍ୱର, ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି । ଆଗାମୀ ୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ । ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୨୭ରୁ ୨୮ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କେନ୍ଦୁଝର , ମୟୁରଭଂଜ. ଢେଙ୍କାନାଳ, କନ୍ଧମାଳ ରାୟଗଡା, କୋରାପୁଟ, ମାଲକାନଗିରି ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।