
-
ସୁସ୍ଥ ହେଲେ ୪,୬୮୮, ସକ୍ରିୟ ମାମଲା ୪୩,୪୧୫
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୪,୧୨୯ ନୂଆ କରୋନା ମାମଲା ସାମନାକୁ ଆସିଛି । ୪,୬୮୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୨୦ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୨.୫୧ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସୋମବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୪୦ ଲକ୍ଷ ୨୯୮ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୩,୪୧୫ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୫୩୦ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧,୬୪,୩୭୭ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧,୬୪,୩୭୭ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯,୩୮,୧୮,୮୦୫ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।