ଭୁବନେଶ୍ଵର, ଗତ ୨୪ ଘଂଟାରେ ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ସର୍ବାଧିକ ୫୫.୪ ମି.ମି. ବର୍ଷା ରେକର୍ଡ କରାଯାଇଛି । ସେହିପରି କୋରାପୁଟ ଜିଲ୍ଲାର ଲମତାପୁଟରେ ୪୮.୨ ମି.ମି., ନୂଆପଡ଼ା ଜିଲ୍ଲାର ଖଡ଼ିଆଳରେ ୩୯.୬, ନୂଆପଡ଼ା ଜିଲ୍ଲାର ବୋଡ଼େନରେ ୩୧.୦, ଦେବଗଡ଼ ଜିଲ୍ଲାର ରିଆମାଳରେ ୨୯.୬, କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୨୫.୦, ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ ୨୩.୦, ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ୨୦.୦, ସୁନ୍ଦରଗଡ଼ ଜିଲ୍ଲାର ହେମଗିରିରେ ୧୭.୦, ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ରେ ୧୬.୦ ଏବଂ ସୁନ୍ଦରଗଡ଼ ଜିଲ୍ଲାର ମନ୍ଦିରାଡ୍ୟାମ ଅଂଚଳରେ ୧୫.୬ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୫.୦ ଡ଼ିଗ୍ରୀ ସେଲସିୟସ୍ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ବୌଦ୍ଧରେ ୧୯.୦ ଡ଼ିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି । ଆଂଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ଵର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।