ଭୁବନେଶ୍ଵର, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୩.୧ କି.ମି. ଯାଏଁ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ମହାଷଷ୍ଠିରେ ଭିଜିବ ଉତର ଉପକୂଳ ଓଡିଶା । ମହା ସପ୍ତମୀରେ ସମ୍ପୂର୍ଣ୍ଣ ଉପକୂଳ ଏବଂ ମହା ଅଷ୍ଟମୀରେ ପୁରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।
Related Stories
November 24, 2024
November 24, 2024