ନୂଆଦି୍ଲୀ, ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି । ନୂଆଦିଲ୍ଲୀରେ ଆୟୋଜିତ ଏହି ସମାରୋହରେ ପ୍ରତିଷ୍ଠିତ ଦାଦା ସାହେବ ଫାଲକେ ପୁରସ୍କାର ମଧ୍ୟ ଦିଆଯାଇଥିଲା । କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର, କେନ୍ଦ୍ର ସୂଚନା ଏବଂ ପ୍ରସାରଣ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ, ମୁରୁଗନ, ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଶ୍ରୀ ଅପୂର୍ବ ଚନ୍ଦ୍ରା, ବିଚାରକ ମଣ୍ଡଳୀର ଅଧ୍ୟକ୍ଷ, ସଦସ୍ୟଗଣ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି ଅବସରରେ ଉପସ୍ଥିତ ଥିଲେ ।