
ଭୁବନେଶ୍ୱର,ଲଘୁଚାପ କ୍ଷେତ୍ର ବର୍ତମାନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତୀ ସମୁଦ୍ର ମଧ୍ୟରେ ଆନ୍ଧ୍ରଉପକୂଳ ଅଂଚଳରେ ସକ୍ରିୟ ରହିଛି । ଏହା ଆଗାମୀ ୨୪ ଘଂଟା ମଧ୍ୟରେ ପଶ୍ଚିମଉତରପଶ୍ଚିମ ଦିଗରେ ଗତିକରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଏବେ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାଲାଗି ରହିପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଂଟା ମଧ୍ୟରେ ଗଂଜାମ , ଗଜପତି , ପୁରୀ, ରାୟଗଡା, ମାଲକାନଗିରି, କୋରାପୁଟ ଓ କନ୍ଧମାଳ ଜିଲ୍ଲାର କିଛି ଅଂଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ସମୟ ମଧ୍ୟରେ ନବରଙ୍ଗପୁର,କଳାହାଣ୍ଡି, ବୌଦ୍ଧ , ବଲାଙ୍ଗିର, ନୟାଗଡ, ଖୋର୍ଦ୍ଧା, କଟକ ,ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୁରଭଂଜ , ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।