
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୟା ଦଶମୀରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର ବିଜୟା ଦଶମୀ ତଥା ଦଶହରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। କଲ୍ୟାଣମୟୀ ମା’ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ।