ଭୁବନେଶ୍ୱର , ବରଗଡ ଜିଲ୍ଲାର ପଦ୍ମପୁର ବିଧାନସଭା ଆସନ ଖାଲି ପଡିବା ନେଇ ଭାରତୀୟ ନିର୍ବାଚନ ଆୟୋଗଙ୍କୁ ଜଣାଇଛନ୍ତି ବାଚସ୍ପତି । ବିଧାୟକ ବିଜୟ ରଂଜନ ସିଂ ବରିହାଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ପଡ଼ିଛି । ଏନେଇ ବିଧାନସଭା ପକ୍ଷରୁ ନିର୍ବାଚନ ଆୟୋଗଙ୍କୁ ଅବଗତ କରାଯାଇଛି । ଗୁରୁବାର ଏସମ୍ପର୍କରେ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସୂଚନାଯୋଗ୍ୟ ଯେ ଗତ ୩ ତାରିଖରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବିଜୟ ରଂଜନ ସିଂ ବରିହାଙ୍କ ଦେହାନ୍ତ ହୋଇଥିଲା । ପଦ୍ମପୁରରୁ ୫ଥର ବିଧାୟକ ଥିଲେ ବିଜୟ । ୧୯୯୦ ରୁ ୨୦୦୦ମସିହା ଯାଏ ଜନତା ଦଳରୁ ବିଧାୟକ ହୋଇଥିଲେ । ୨୦୦୦ ଓ ୨୦୦୯ ଓ ୨୦୧୯ରେ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ ସ୍ୱର୍ଗତ ସିଂ ବରିହା । ଏପରିକି ସେ ୨୦୦୯ ମସିହାରେ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ ।