
-
ସୁସ୍ଥ ହେଲେ ୩,୮୮୪, ସକ୍ରିୟ ମାମଲା ୨୯,୨୫୧
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୨,୭୯୭ ନୂଆ କରୋନା ମାମଲା ସାମନାକୁ ଆସିଛି । ୩,୮୮୪ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣର ହାର ରହିଛି ୧.୦୫ ପ୍ରତିଶତ । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଶନିବାର ସକାଳ ସୁଦ୍ଧା ଦେଶରେ ୪ କୋଟି ୪୦ ଲକ୍ଷ ୫୧ ହଜାର ୨୨୮ ଜଣ ସୁସ୍ଥ ହୋଇଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୯,୨୫୧ ରହିଛି । ଅଦ୍ୟାବଧି ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୭୭୮ ରହିଛି ।