
-
ଟାସ୍କ ଫୋର୍ସ ଚିତାମାନଙ୍କ ଉପଯୋଜନ ତଥା ସ୍ୱାସ୍ଥ୍ୟାବସ୍ଥା ନୀରିକ୍ଷଣ କରିବ
-
ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ ଚିତା ଟାସ୍କ ଫୋର୍ସ ପରାମର୍ଶ ଓ ଉପଦେଶ ଦେବ
ନୂଆଦିଲ୍ଲୀ, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନ ଓ ଅନ୍ୟ ଉପଯୁକ୍ତ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଚିତା ପୁନର୍ବାସ ନୀରିକ୍ଷଣ କରିବା ପାଇଁ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି ।
ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନଟିସିଏ) ଚିତା ଟାସ୍କ ଫୋର୍ସର କାର୍ଯ୍ୟାବଳୀ ସୁଗମ କରିବା ସହ ସମସ୍ତ ଆବଶ୍ୟକ ସହାୟତା ଯୋଗାଇ ଦେବେ । ଏହି ଟାସ୍କ ଫୋର୍ସର ଅବଧି ଦୁଇ ବର୍ଷ ରହିବ । ଟାସ୍କ ଫୋର୍ସ ଦ୍ୱାରା ନିର୍ଦ୍ଧାରିତ ସମୟରେ ନିୟମିତ ଚିତା ପୁନର୍ବାସ ଅଞ୍ଚଳ ଗସ୍ତ କରିବା ପାଇଁ ଏକ ସବକମିଟି ଗଠନ କରା ଯାଇପାରିବ ।
ଚିତାଙ୍କ ମୂଳ ବାସସ୍ଥାନ ଓ ସେମାନଙ୍କ ଜୈବ ବିବିଧତା ସଂରକ୍ଷଣ ପାଇଁ ଚିତା ପୁନର୍ବାସନ ଏକ ପ୍ରୋଟୋଟାଇପ ତଥା ମଡେଲର ଅଂଶବିଶେଷ । ଏହା ଜୈବ ବିବିଧତାର ଅବକ୍ଷୟ ଓ ତ୍ୱରିତ କ୍ଷତି ରୋକିବାରେ ସାହାଯ୍ୟ କରିବ । ଏକ ପ୍ରମୁଖ ଶିକାରୀ ଜୀବର ପୁନର୍ବାସନ ଦ୍ୱାରା ଐତିହାସିକ ବିବର୍ତ୍ତନୀୟ ଭାରସାମ୍ୟ ପୁନଃ ସ୍ଥାପିତ ହୋଇ ପରିବେଶ ପ୍ରଣାଳୀର ବିଭିନ୍ନ ସ୍ତରରେ ବ୍ୟାପକ ପ୍ରଭାବ ପକାଇବ । ଚିତାକୁ ଫେରାଇ ଆଣିବା ଦ୍ୱାରା ସେମାନଙ୍କ ସଂରକ୍ଷଣ ଉଦ୍ୟମ ବେଶ ପ୍ରଭାବିତ ହେବ । ଭାରତୀୟ ମୃଗ ଓ ସମ୍ବରଙ୍କ ମଧ୍ୟରେ ଦ୍ରୁତ ଗତି ଉପଯୋଜନ କରାଇବାରେ ଚିତା ବିବର୍ତ୍ତନୀୟ ପ୍ରାକୃତିକ ଚୟନ ଶକ୍ତି ଭାବେ କାମ କରିଥିଲା । ଚିତା ପୁନର୍ବାସନ ଦ୍ୱାରା ଆମେ କେବଳ ଏମାନଙ୍କ ଆଧାରକୁ ବଞ୍ଚାଇବାରେ ସକ୍ଷମ ହେବା ନାହିଁ ବରଂ ଚାରଣଭୂମି ବିଲୁପ୍ତ ପ୍ରାୟ ପ୍ରଜାତି ତଥା ଖୋଲା ବନ୍ୟ ପରିବେଶ ପ୍ରଣାଳୀକୁ ବଞ୍ଚାଇ ପରିବା ।