ଭୁବନେଶ୍ଵର, ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ଉପକୂଳରେ ବର୍ଷାର ପ୍ରଭାବ ଏବଂ ବିସ୍ତୃତି ବଢିବ । ଦକ୍ଷିଣ ଉପକୂଳରେ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହିପରି ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷାର ପ୍ରଭାବ ରହିବ । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 22, 2024