ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୨,୭୫୬ ନୂଆ କରୋନା ମାମଲା ସାମନାକୁ ଆସିଛି । ୩,୩୯୩ ଜଣ ସୁସ୍ଥ ହୋଇଛନ୍ତି । ୨୧ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୧.୧୫ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ରବିବାର ସକାଳ ସୁଦ୍ଧା ଦେଶରେ ୪ କୋଟି ୪୦ ଲକ୍ଷ ୫୪ ହଜାର ୬୨୧ ଜଣ ସୁସ୍ଥ ହୋଇଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮,୫୯୩ ରହିଛି । ଅଦ୍ୟାବଧି ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୭୯୯ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨,୩୯,୫୪୬ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨,୩୯,୫୪୬ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯.୬୯ କୋଟି ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।