
ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ ଟ୍ବିଟ କରି କହିଛନ୍ତି ଯେ – “ନର ସେବା ହିଁ ନାରାୟଣ ସେବା” । ସମାଜକୁ ଏଭଳି ପ୍ରେରଣାଦାୟୀ ବାର୍ତ୍ତା ଦେଇଥିବା ଉତ୍କଳମାତାର ସୁଯୋଗ୍ୟ ସନ୍ତାନ ତଥା ମହାନ ସ୍ୱାଧୀନତା ସଂଗ୍ରାମୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।