
ଭୁବନେଶ୍ୱର,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ମୀପୁଜା ଉପଲକ୍ଷେ ଅଭିନନ୍ଦନ ଜଣାଇଛନ୍ତି । ସେ ଟ୍ବିଟ କରି କହିଛନ୍ତି ଯେ – ପବିତ୍ର ଲକ୍ଷ୍ମୀପୂଜା ଓ କୁମାର ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମା’ଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।