
ଭୁବନେଶ୍ୱର,ଧାମନଗର ଉପ ନିର୍ବାଚନ ପାଇଁ ଆଜି ପ୍ରଥମେ ନାମାଙ୍କନ ଭରିବେ ବିଜେପି ବିଧାୟକ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ । ପୂର୍ବାହ୍ନ 11ଟାରେ ସୂର୍ଯ୍ୟବଂଶୀ ସୂରଜ ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ନାମାଙ୍କନ ପତ୍ର ଦାଖଲ ସମୟରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ବିରୋଧି ଦଳ ନେତା ଜୟନାରାୟଣ ମିଶ୍ରଙ୍କ ସହ ଦଳର ଅନ୍ୟ ବିଧାୟକ ଏବଂ ବରିଷ୍ଠ ନେତା ଉପସ୍ଥିତ ରହିବେ ବୋଲି ଦଳୀୟ ସୂତ୍ରରୁ ପ୍ରକାଶ ।