
ଭୁବନେଶ୍ବର, ବହୁଚର୍ଚିତ ବିଜେବି କଲେଜ୍ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ତୁରନ୍ତ ତଦନ୍ତ ରିପୋର୍ଟ ଦେବାକୁ ଉଚ୍ଚଶିକ୍ଷା ବିଭାଗ ଡିସିପିଙ୍କୁ ନିର୍ଦେଶ ଦେଇଥିବା ଜଣାଯାଇଛି। ଉଚ୍ଚଶିକ୍ଷା ବିଭାଗର ମୁଖ୍ୟ ସଚିବ ବିଷ୍ଣୁପଦ ସେଠୀ
ଅକ୍ଟୋବର ୧୨ ତାରିଖ (ଆଜି) ସୁଦ୍ଧା ବର୍ତ୍ତମାନର ଅନୁସନ୍ଧାନ ସ୍ଥିତି ରିପୋର୍ଟ ଦାଖଲ କରିବାକୁ ନିର୍ଦେଶ ଦେଇଛନ୍ତି ।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ଗତ ଜୁଲାଇ ୨ ତାରିଖରେ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷ କଳା ଛାତ୍ରୀ ରୁଚିକା ମହାନ୍ତି କାରୁବାକୀ ଛାତ୍ରୀନିବାସରେ ଆତ୍ମହତ୍ୟା କରିଥିଲେ। ୩ ସିନିୟର୍ ଛାତ୍ରୀଙ୍କ ମାନସିକ ନିର୍ଯାତନା କାରଣରୁ ସେ ଆତ୍ମହତ୍ୟା କରିଥିବା ସୁଇସାଇଡ୍ ନୋଟରେ ଉଲ୍ଲେଖ କରିଥିଲେ।
ଏହି ମାମଲାରେ ପୋଲିସ କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ନେଇ ରୁଚିକାର ପରିବାର ବର୍ଗ ପକ୍ଷରୁ ବାରମ୍ବାର ଅଭିଯୋଗ କରାଯାଉଛି ।