ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୨,୭୮୬ ନୂଆ କରୋନା ମାମଲା ସାମନାକୁ ଆସିଛି । ୨,୫୫୭ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣର ହାର ରହିଛି ୧.୦୮ ପ୍ରତିଶତ । ବର୍ତମାନ ସୁସ୍ଥ ହାର ରହିଛି ୯୮.୭୬ ପ୍ରତିଶତ । ସକ୍ରିୟ ମାମଲା ରହିଛି ୦.୦୬ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗୁରୁବାର ସକାଳ ସୁଦ୍ଧା ଦେଶରେ ୪ କୋଟି ୪୦ ଲକ୍ଷ ୬୫ ହଜାର ୯୬୩ ଜଣ ସୁସ୍ଥ ହୋଇଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬,୫୦୯ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨,୫୭,୯୬୫ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨,୫୭,୯୬୫ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯.୭୮ କୋଟି ନମୂନାର ପରୀକ୍ଷଣ କରାଯାଇଥିବା କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଜଣାପଡିଛି ।