ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ କେନ୍ଦୁଝର ଜିଲ୍ଲାର ଘଟଗାଁରେ ସର୍ବାଧିକ ୮୩.୪ ମି.ମି. ବର୍ଷା ରେକର୍ଡ଼ କରାଯାଇଛି । ସେହିପରି କଟକ ଜିଲ୍ଲାର କଂଟାପଡାରେ ୮୨.୦, କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆରେ ୭୮.୪, କେନ୍ଦୁଝର ଜିଲ୍ଲାର ଘସିପୁରାରେ ୭୮.୩, କୋରାପୁଟ ଜିଲ୍ଲାର ଶିମିଳିଗୁଡ଼ାରେ ୭୮.୦, ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ରେ ୭୬.୦, ନୟାଗଡ଼ ଜିଲ୍ଲାର ବରମୂଳରେ ୭୪.୮, ଜଗତସିଂହପୁର ଜିଲ୍ଲାର ବିରିଡ଼ିରେ ୭୩.୦, ଯାଜପୁର ଜିଲ୍ଲାର କୋରେଇରେ ୭୩.୦, ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗରରେ ୭୦.୨, ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୬୭.୪ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୫.୫ ଡ଼ିଗ୍ରୀ ସେଲସିୟସ୍ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ବୌଦ୍ଧରେ ୧୮.୦ ଡ଼ିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।