
-
ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀଙ୍କ ନାମ ତାଲିକାରେ ନାହିଁ
ଭୁବନେଶ୍ୱର, ଧାମନଗର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରାଯାଇଛି ଯ ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ୮ ମନ୍ତ୍ରୀ, ୪ ସାଂସଦ ଓ ୪ ଅଭିନେତା ସାମିଲ ଅଛନ୍ତି । ବିଜେଡି ପକ୍ଷରୁ ଜାରି ଷ୍ଟାର ପ୍ରଚାରକ ତାଲିକାରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀରରଞ୍ଜନ ଦାଶ, ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ଓ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ବାଦ୍ ଦିଆଯାଇଛି ।
ବିଜେଡି ପକ୍ଷରୁ ଜାରି ଷ୍ଟାର ପ୍ରଚାରକ ତାଲିକାରେ ଥିବା ପ୍ରମୁଖ ବ୍ୟକ୍ତିଙ୍କ ଭିତରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ପ୍ରତାପ କେଶରୀ ଦେବ, ଅଶୋକ ଚନ୍ଦ୍ର ପଣ୍ଡା, ପ୍ରୀତିରଞ୍ଜନ ଘଡ଼ାଇ, ଅଶ୍ୱିନୀ ପାତ୍ର ଓ ରାଜେନ୍ଦ୍ର ଢ଼ୋଲକିଆଙ୍କ ନାଆଁ ରହିଛି। ଯେଉଁ ୪ ସାଂସଦଙ୍କୁ ଏଥିରେ ସାମିଲ କରାଯାଇଛି, ସେମାନେ ହେଲେ ମୁନ୍ନା ଖାଁ, ସୁଲତା ଦେଓ, ଶର୍ମିଷ୍ଠା ସେଠୀ ଓ ମଞ୍ଜୁଲତା ମଣ୍ଡଳ।
ଏଣେ ବିଜେଡିର ଛାତ୍ର ସଂଗଠନ ସଭାପତି ଦେବୀରଞ୍ଜନ ତ୍ରିପାଠୀ, ଯୁବ ମୋର୍ଚ୍ଚାର, ସଭାପତି ବ୍ୟୋମକେଶ ରାୟ ଓ ଓ ମହିଳା ମୋର୍ଚ୍ଚା ସ୍ନେହାଙ୍ଗିନୀ ଛୁରିଆଙ୍କ ନାଁ ରହିଛି । ସେହିପରି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ପ୍ରଫୁଲ୍ଲ ସାମଲ, ଶ୍ରୀମୟୀ ମିଶ୍ର, ଆକାଶ ଦାସ ନାୟକ, ସତ୍ୟବ୍ରତ ତ୍ରିପାଠୀ, ଏଲିନା ଦାସ ଓ ଅରିନ୍ଦମ ରାୟଙ୍କ ସମେତ ମୋଟ ୪୦ଜଣଙ୍କୁ ସାମିଲ କରାଯାଇଛି ।