
ନୂଆଦିଲ୍ଲୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ନବୀନଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି । ଅନ୍ୟ ପକ୍ଷରେ ମୁଖ୍ୟମନ୍ତ୍ରୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଏହି ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଛନ୍ତି ।