ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ କେନ୍ଦୁଝର ଜିଲ୍ଲାର ଘସିପୁରାରେ ସର୍ବାଧିକ ୩୧.୧ ମି.ମି. ବର୍ଷା ରେକର୍ଡ଼ କରାଯାଇଛି । ସେହିପରି ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୨୭.୦ ମି.ମି.,ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ୨୪.୦, କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ୨୩.୪, କେନ୍ଦୁଝର ଜିଲ୍ଲାର ଆନନ୍ଦପୁରରେ ୨୨.୦, ଢ଼େଙ୍କାନାଳ ଜିଲ୍ଲାର ହିନ୍ଦୋଳରେ ୨୨.୦, କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୨୨.୦, ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡିରେ ୨୧.୦, ଯାଜପୁର ଜିଲ୍ଲାର ଯାଜପୁରରେ ୨୦.୦, ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ୨୦.୦ ଏବଂ କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁରରେ ୨୦.୦ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୫.୦ ଡ଼ିଗ୍ରୀ ସେଲସିୟସ୍ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ନୟାଗଡ଼ରେ ୨୦.୦ ଡ଼ିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।