ଭୁବନେଶ୍ଵର, ରାଜ୍ୟରେ ଗୋଟିଏ ଦିନରେ ୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୫୪୫୪ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୪୫ ଜଣ କ୍ଵାରେଂଟାଇନ (ସଙ୍ଗରୋଧ)ରୁ ଏବଂ ୩୨ ଜଣ ଲୋକାଲ୍ କଂଟାକ୍ଟ (ସ୍ଥାନୀୟ ସମ୍ପର୍କ)ରୁ ରହିଛନ୍ତି । ସେହିପରି ୦ ରୁ ୧୮ ବର୍ଷ ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ନୂଆ ୭୫ ଜଣ ସୁସ୍ଥ ହେବା ପରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୫୯୪ ରେ ପହଂଚିଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୦୬ ରହିଛି ।
ରାଜ୍ୟରେ ନୂଆ ଚିହ୍ନଟ ହୋଇଥିବା ୭୭ ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରେ ୩, ବଲାଙ୍ଗିର ଜିଲ୍ଲାରେ ୨, କଟକ ଜିଲ୍ଲାରେ ୫, ଦେବଗଡ଼ ଜିଲ୍ଲାରେ ୩, ଗଞ୍ଜାମ ଜିଲ୍ଲାରେ ୨, ଜଗତସିଂହପୁର ଜିଲ୍ଲାରେ ୨, ଯାଜପୁର ଜିଲ୍ଲାରେ ୧, ଝାରସୁଗୁଡ଼ା ଜିଲ୍ଲାରେ ୧ ଏବଂ ଖୋର୍ଦ୍ଧା ଜିଲ୍ଲାରେ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି କୋରାପୁଟ ଜିଲ୍ଲାରେ ୩, ମୟୂରଭଞ୍ଜ ଜିଲ୍ଲାରେ ୧, ନୟାଗଡ଼ ଜିଲ୍ଲାରେ ୧, ନୂଆପଡ଼ା ଜିଲ୍ଲାରେ ୨, ପୁରୀ ଜିଲ୍ଲାରେ ୯, ସମ୍ବଲପୁର ଜିଲ୍ଲାରେ ୧୦, ସୁନ୍ଦରଗଡ଼ ଜିଲ୍ଲାରେ ୨୧ ଓ ଷ୍ଟେଟ ପୁଲରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।