ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୨,୦୬୦ ନୂଆ କରୋନା ମାମଲା ସାମନାକୁ ଆସିଛି । ୧,୮୪୧ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣର ହାର ରହିଛି ୧.୮୬ ପ୍ରତିଶତ । ବର୍ତମାନ ସୁସ୍ଥ ହାର ରହିଛି ୯୮.୭୫ ପ୍ରତିଶତ । ସକ୍ରିୟ ମାମଲା ରହିଛି ୦.୦୬ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସୋମବାର ସକାଳ ସୁଦ୍ଧା ଦେଶରେ ୪ କୋଟି ୪୦ ଲକ୍ଷ ୭୫ ହଜାର ୧୪୯ ଜଣ ସୁସ୍ଥ ହୋଇଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬,୮୩୪ ରହିଛି ।
୨୪ ଘଂଟାରେ ୧ ଲକ୍ଷ ୨୫ ହଜାର ୧୩ କରୋନା ଟୀକାକରଣ
ନୂଆଦିଲ୍ଲୀ, କରୋନା ଟୀକାକରଣ ଅଭିଯାନରେ ଦେଶରେ ବର୍ତମାନ ସୁଦ୍ଧା ୨୧୯.୩୩ କୋଟି ଭ୍ୟାକ୍ସିନ ଡୋଜ୍ ଲୋକଙ୍କୁ ଦିଆଯାଇଛି । ତନ୍ମଧ୍ୟରୁ ୯୪.୯୬ କୋଟି ଲୋକଙ୍କୁ ସେକେଣ୍ଡ ଡୋଜ୍ ଓ ୨୧.୮୬ କୋଟି ଲୋକଙ୍କୁ ପ୍ରିକସନ୍ ଡୋଜ୍ ଦିଆଯାଇଛି । ଗତ ୨୪ ଘଂଟାରେ ୧ ଲକ୍ଷ ୨୫ ହଜାର ୧୩ ଜଣଙ୍କୁ ଟୀକାକରଣ କରାଯାଇଛି । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଏହା ଜଣାପଡିଛି ।