ଭୁବନେଶ୍ଵର, ଘଂଟା ମଧ୍ୟରେ ରାଜ୍ୟରେ ହାରାହାରି ୧ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୩.୧ ମି.ମି. ତୁଳନାରେ ୬୭ ପ୍ରତିଶତ କମ ରହିବା ସହ ଆଗାମୀ ୪୮ ଘଂଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଂଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାର ପାଲଲହଡ଼ାରେ ସର୍ବାଧିକ ୬୨.୦ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ସେହିପରି ଗଜପତି ଜିଲ୍ଲାର ନୂଆଗଡ଼ରେ ୪୧.୨ ମି.ମି., ଝାରସୁଗୁଡ଼ା ଜିଲ୍ଲାର କିରମରାରେ ୨୩.୬, ଗଜପତି ଜିଲ୍ଲାର ଗୁମ୍ମାରେ ୨୨.୦, ଜଗତସିଂହପୁର ଜିଲ୍ଲାର ଆଳିପିଙ୍ଗଳରେ ୧୯.୮, ଝାରସୁଗୁଡ଼ା ଜିଲ୍ଲାର ଝାରସୁଗୁଡ଼ାରେ ୧୭.୦, ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ୧୬.୪, ରାୟଗଡ଼ା ଜିଲ୍ଲାର ପଦମପୁରରେ ୧୪.୨, ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାରେ ୧୩.୨, ମୟୂରଭଞ୍ଜ ଜିଲ୍ଲାର ଠାକୁରମୁଣ୍ଡାରେ ୧୨.୬ ଏବଂ ଜଗତସିଂହପୁର ଜିଲ୍ଲାର ନୂଆଗାଁରେ ୧୨.୦ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୬.୦ ଡ଼ିଗ୍ରୀ ସେଲସିୟସ୍ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ନୟାଗଡ଼ରେ ୨୦.୦ ଡ଼ିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।