
ଭୁବନେଶ୍ୱର, ଆସନ୍ତା୨୪ ଘଂଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ୱବର୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ପରବର୍ତୀ ସମୟରେ ଏହା ବାତ୍ୟାର ରୂପ ନେଇ ପାରେ । ଏହି ପରିପ୍ରେକ୍ଷୀ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ୭ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଜିଲ୍ଲାଗୁଡିକ ହେଲା ଗଂଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ,କେନ୍ଦ୍ରାପଡା ଓ ବାଲେଶ୍ୱର ।