ଭୁବନେଶ୍ଵର, ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତର-ଆଣ୍ଡାମାନ ସାଗର ତତ-ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତୀ ଦକ୍ଷିଣପୂର୍ବ ସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହା ସହ ଜଡ଼ିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କି.ମି. ଯାଏଁ ବ୍ୟାପିଛି ।
ଏହା ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତିକରି ୨୨ ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ଵବର୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଂଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ବେଳେ ପରବର୍ତୀ ୪୮ ଘଂଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ଏଣୁ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।