
ଭୁବନେଶ୍ଵର, ରାଜ୍ୟରୁ ସମ୍ପୂର୍ଣ୍ଣ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଗାମୀ ୪୮ ଘଂଟା ମଧ୍ୟରେ ସାରା ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।