ନୂଆଦିଲ୍ଲୀ, କରୋନା ଟୀକାକରଣ ଅଭିଯାନରେ ଦେଶରେ ବର୍ତମାନ ସୁଦ୍ଧା ୨୧୯.୫୦ କୋଟି ଭ୍ୟାକ୍ସିନ ଡୋଜ୍ ଲୋକଙ୍କୁ ଦିଆଯାଇଛି । ତନ୍ମଧ୍ୟରୁ ୯୪.୯୯ କୋଟି ଲୋକଙ୍କୁ ସେକେଣ୍ଡ ଡୋଜ୍ ଓ ୨୧.୯୯ କୋଟି ଲୋକଙ୍କୁ ପ୍ରିକସନ୍ ଡୋଜ୍ ଦିଆଯାଇଛି । ଗତ ୨୪ ଘଂଟାରେ ୪ ଲକ୍ଷ ୬୩ ହଜାର ୩୩୮ ଜଣଙ୍କୁ ଟୀକାକରଣ କରାଯାଇଛି । ଶୁକ୍ରବାର କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଏହା ଜଣାପଡିଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୧୧୯ ନୂଆ ମାମଲା ,ସୁସ୍ଥ ହେଲେ ୨,୫୮୨ : ସକ୍ରିୟ ମାମଲା ୨୫,୦୩୭
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୨,୧୧୯ ନୂଆ କରୋନା ମାମଲା ସାମନାକୁ ଆସିଛି । ୨,୫୮୨ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣର ହାର ରହିଛି ୧.୧୩ ପ୍ରତିଶତ । ବର୍ତମାନ ସୁସ୍ଥ ହାର ରହିଛି ୯୮.୭୬ ପ୍ରତିଶତ । ସକ୍ରିୟ ମାମଲା ରହିଛି ୦.୦୬ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଶୁକ୍ରବାର ସକାଳ ସୁଦ୍ଧା ଦେଶରେ ୪ କୋଟି ୪୦ ଲକ୍ଷ ୮୪ ହଜାର ୬୪୬ ଜଣ ସୁସ୍ଥ ହୋଇଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୫,୦୩୭ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧,୮୮,୨୨୦ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୧,୮୮,୨୨୦ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୯.୯୬ କୋଟି ନମୂନାର ପରୀକ୍ଷଣ କରାଯାଇଥିବା ଶୁକ୍ରବାର କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟରୁ ଜଣାପଡିଛି ।